8
ବିନ୍ୟାମୀନ୍‍ଙ୍କ ବଂଶଧର
ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍‍ବେଲ ଓ ତୃତୀୟ ଅହର୍ହ; ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା। ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ, ଅବୀଶୂୟ, ନାମାନ୍‍, ଆହୋହ, ଗେରା, ଶଫୂଫନ୍‍ ଓ ହୂରମ୍‍। ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆଯାଇଥିଲେ। ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା। ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ। ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍, 10 ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ। 11 ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା। 12 ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍, 13 ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
14 ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍,
15 ସବଦୀୟ, ଅରାଦ, ଏଦର,
16 ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;
17 ଆଉ ସବଦୀୟ, ମଶୁଲ୍ଲମ୍‍, ହିଷ୍କି, ହେବର,
18 ଯିଷ୍ମରୟ, ଯିଷ୍‍ଲୀୟ ଓ ଯୋବବ୍‍ ଇଲ୍ପାଲର ପୁତ୍ର ଥିଲେ।
19 ଆଉ ଶିମୀୟିର ପୁତ୍ର
ଯାକୀମ୍‍, ସିଖ୍ରି, ସବ୍‍ଦି,
20 ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍,
21 ଅଦାୟା, ବରାୟା ଓ ଶିମ୍ରତ୍‍;
22 ଆଉ ଶାଶକ୍‍ର ପୁତ୍ର
ଯିଶ୍ପନ୍‍, ଏବର, ଇଲୀୟେଲ୍‍,
23 ଅବଦୋନ୍‍, ସିଖ୍ରି, ହାନନ୍‍,
24 ହନାନୀୟ, ଏଲମ୍‍, ଅନ୍ତୋଥୀୟ,
25 ଯିଫଦୀୟ ଓ ପନୂୟେଲ;
26 ଆଉ, ଯିରୋହମର ସନ୍ତାନ
ଶମ୍‍ଶରୟ, ଶହରୀୟ, ଅଥଲୀୟ,
27 ଯାରିଶୀୟ, ଏଲୀୟ ଓ ସିଖ୍ରି;
28 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ। 29 ଆଉ ଗିବୀୟୋନ୍‍ର ପିତା ଯିୟେଲ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା। 30 ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍, 31 ଗଦୋର, ଅହୀୟୋ ଓ ସଖର; 32 ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। 33 ନେର୍‍ କୀଶ୍‍କୁ ଜାତ କଲା,
କୀଶ୍‍ ଶାଉଲଙ୍କୁ ଜାତ କଲା,
ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
34 ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା
ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।
35 ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌।
36 ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା,
ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା
ଓ ସିମ୍ରି ମୋତ୍ସାକୁ ଜାତ କଲା।
37 ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;
38 ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍ସେଲର ପୁତ୍ର। 39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍। 40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।